csstore

ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ ଭାବେ ସୁରେଶ ରେଡ୍ଡୀ ନିଯୁକ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଯୁବନେତା ସୁରେଶ ରେଡ୍ଡୀଙ୍କୁ ଭାରତୀୟ ଜନତାପାର୍ଟି ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତ କରାଯାଇଛି । ଏହି ଦାୟିତ୍ୱ ପାଇଁ ସେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଛନ୍ତି । ତା’ପରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଲାଷ ପଣ୍ଡା, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ସାଂସଦ ଡା. ପ୍ରଦୀପ ପାଣିଗ୍ରାହୀ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜିଲ୍ଲା ସଭାପତି ସରୋଜ ସାବତ ଓ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସହ ଦଳର ସମସ୍ତ ନେତା ଓ କର୍ମକର୍ତ୍ତାଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲା ସହ ରାଜ୍ୟରେ ଯୁବ ମୋର୍ଚ୍ଚାର ସଂଗଠନକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ଯୁବମାନଙ୍କୁ ଦଳ ସହିତ ଯୋଡ଼ିବା ପାଇଁ କାମ କରିବେ ବୋଲି ସୁରେଶ ରେଡ୍ଡୀ ପ୍ରକାଶ କରିଛନ୍ତି ।

jayashree
Leave A Reply

Your email address will not be published.