pakka

ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା କାଡ଼ା ଅଫିସର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି

bbehera

ମାଲକାନଗିରି : ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା କାଡ଼ା ଅଫିସର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତି । ଏହାସାଙ୍ଗେ କନିଷ୍ଠ ଯନ୍ତ୍ରୀ ଘର ଏବଂ ଅଫିସରେ ଚାଲିଛି ଚଢାଉ । ଏହି ଚଢାଉରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ଯ୍ୟାଳୟ ସହ ଭୁବନେଶ୍ୱର ଓ ବାଲେଶ୍ୱର ବାସଭବନ ଉପରେ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ମାଲକାନଗିରି ସମେତ ନିଜ ଘର ଜଳେଶ୍ଵର ଓ ଭୁବନେଶ୍ୱରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରିପୁଟରେ ଥିବା ଶଶୁର ଘର ସମେତ ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଜାରି ରହିଛି । ମାଲକାନଗିରି ଭଡ଼ା ଘରୁ ଏ ପର୍ଯ୍ୟନ୍ତ ୧ ଲକ୍ଷ ୨୦ ହଜାର ଟଙ୍କା ନଗଦ ମିଳିଥିବା ବେଳେ ଏକାଧିକ ବ୍ୟାଙ୍କ ଆକାଉଣ୍ଟର ପାସ୍ ବୁକ ମିଳିଛି । ଏହା ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ ।

jay balangir
Leave A Reply

Your email address will not be published.

5 × four =