pakka

‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ହେଲେ ମୁଖ୍ୟମନ୍ତ୍ରୀ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀ ଦିଲ୍ଲୀରେ ‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ ପାଇଁ ଏହି ସମ୍ମାନରେ ତାଙ୍କୁ ସମ୍ମାନିତ କରାଯାଇଛି । କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଏହି କାର୍ୟ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଥିଲେ ।

Leave A Reply

Your email address will not be published.

three × five =