ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟ ସିଲ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ କରାଯାଇଛି । ସାଂସଦ ଅପରାଜିତା ଷଡଙ୍ଗୀ କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ କରି ଜନ୍ମଦିନ ପାଳନ କରିବା ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟକୁ ସିଲ୍ କରାଯାଇଥିବା କୁହାଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ନିଜ କାର୍ଯ୍ୟାଳୟରେ ଜନ୍ମଦିନ ପାଳନ କରିଥିଲେ ଓ ଏହାର ଭିଡିଓ ଭାଇରାଲ୍ ହୋଇଥିଲା । ଏଥିରେ ସେ କୋଭିଡ୍ ନିୟମ ଉଲଂଘନ ହୋଇଥିବା ବେଳେ ଏହାକୁ ବିରୋଧ କରି ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବୀ କରାଯାଇଥିଲା।

Leave A Reply

Your email address will not be published.