ଲାଇକେରା ଓ କିରିମେରା ହେଲା ଓଡ଼ିଶାର ୨୩ତମ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା

  • ଝାରସୁଗୁଡ଼ା ସମନ୍ୱିତ ଉନ୍ନୟନ ସଂସ୍ଥା ଭାବେ ନାମିତ ଏହି ନୂତନ ସଂସ୍ଥା ପାଇଁ ୯ଟି ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର ୯ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତିଫ

ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ITDA ଅଧୀନରେ ରହିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି । ଏହାଦ୍ୱରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକ (project administrator), ଗୋଟିଏ ସ୍ୱତନ୍ତ୍ର ଅଧିକାରୀ (special officer), ଜଣେ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଜଣେ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଆକାଉଣ୍ଟାଣ୍ଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ ।

ସୂଚନାଯୋଗ୍ୟ ଯେ ଲାଇକେରା ଓ କିରୀମେରା ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ ଓ କିଷାନ୍ ବର୍ଗର ଆଦିବାସୀମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍ହ, ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀମାନେ ମଧ୍ୟ ଅଛନ୍ତି । ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରୀମେରାରେ ଏହା ୧୮.୪୬ ପ୍ରତିଶତ ।

Leave A Reply

Your email address will not be published.

11 + 7 =