ଲୋଇସିଂହା, (କେପିଏନ୍ଏସ୍) : ଲୋଇସିଂହା ବ୍ଲକର ଆଇ.ସି.ଡି.ଏସ୍ ସଭାଗୃହ ଠାରେ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ଓ ପୋଷ୍ୟ ସନ୍ତାନ ଗ୍ରହଣ ,ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା କର୍ମଶାଳା ବ୍ଲକର ଶିଶୁ ସୁରକ୍ଷା ପ୍ରକଳ୍ପ ଅଧିକାରିଣୀ ଗାୟତ୍ରୀ ବାରିକଙ୍କ ଅଧ୍ୟକ୍ଷତାରେ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ – ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ କୁମାର ବଗର୍ତ୍ତି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସି.ଡି.ପି.ଓ କହିଲେ ମା’ଗର୍ଭରୁ ଆରମ୍ଭ କରି ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଶିଶୁ ଓ ମହିଳାଙ୍କ ମହିଳା ବିଭାଗ ତରଫରୁ ଶିଶୁର ବିକାଶ, ସୁରକ୍ଷା ଓ ସର୍ବାଙ୍ଗୀନ ଉନ୍ନତି ସକାଶେ ବିଭିନ୍ନ ପ୍ରକାର ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି ଓ ପୋଷ୍ୟ ସନ୍ତାନ ଗ୍ରହଣରେ ଆଇନଗତ ବିଧି ବ୍ୟବସ୍ତା ଉପରେ ଜଣାଇଥିଲେ । ଏହି କର୍ମଶାଳାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ କୁମାର ଖୁଅସ୍ ଆଇନ୍ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତ୍ୟାଶୀ ପୋଷ୍ୟ ସନ୍ତାନ ଗ୍ରହଣକାରୀଙ୍କ ଯୋଗ୍ୟତା, ମବକ୍ସସଦ୍ଭଶଗ୍ଦ ପୋର୍ଟାଲ ମାଧ୍ୟମରେ ପୋଷ୍ୟ ସନ୍ତାନ ପାଇଁ ଅଗହି ବ୍ୟକ୍ତିଙ୍କ ଆବେଦନ ତଥା ପ୍ରତିପାଲନ ଯତ୍ନ ବ୍ୟବସ୍ଥା ଓ ପ୍ରତିପାଲନ ଯତ୍ନ ବ୍ୟବସ୍ତାରୁ ଶିଶୁକୁ ପୋଷ୍ୟ ସନ୍ତାନ ରୂପେ ଗ୍ରହଣ ଉପରେ ତାଲିମ ପ୍ରଦନ କରିଥିଲେ । କର୍ମଶାଳାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଫୋଷ୍ଟର କେଆର, ଯଶୋଦା, ପନସର୍ସିପ୍, ଗ୍ରିନ ପେସେଜ୍ ଯୋଜନା ଉପରେ ଯୋଗ୍ୟତା, ଆବଶ୍ୟକ କାଗଜ, ଦରଖାସ୍ତର ଆବଶ୍ୟକତା ଉପରେ ତାଲିମ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଲୋଇସିଂହା ବ୍ଲକରୁ ଆଶା, ଅଙ୍ଗନୱାଡ଼ି, ଏ.ଏନ୍.ଏମ୍, ଜି.ପି.ଏଲ୍.ଏଫ୍ରେ ସଭ୍ୟା, ଏମ୍.ବି.କେ, ସି.ଆର୍ ପି, ସୁପରଭାଇଜର ୨୫୦ରୁ ଅଧିକ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଡକ୍ଟର ସଞ୍ଜୀବ କୁମାର ବିଶ୍ଵାଳ, ଡକ୍ଟର ମହେଶ୍ଵତ୍ତା ପଣ୍ଡା, ଫାର୍ମାସିଷ୍ଟ ସଞ୍ଜୟ କୁମାର ସାହୁ ,ଲକ୍ଷ୍ମୀ ବେହେରା ଓ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର କୁମାର ବାବୁ ଉପସ୍ଥିତ ରହି ଶିଶୁ ସୁରକ୍ଷା ସମ୍ପର୍କିତ ବକ୍ତବ୍ୟ ପ୍ରଦାନ କରିଥିଲେ । ପରିଶେଷରେ ବ୍ଲକର ଶିଶୁ ବିକାଶ ବିଭାଗର ସୁପରଭାଇଜର୍ ସତ୍ୟବତୀ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।