ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଶପଥ ପାଠ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦୁର୍ନୀତି ନିବାରଣ ସପ୍ତାହ -୨୦୨୦ ପାଳନ ଅବସରରେ ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସଭାଗୃହ ମଧ୍ୟରେ ପୂର୍ବାହ୍ନ ୧୧ଟା ସମୟରେ ଶପଥ ପାଠ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ୟ୍ୟକ୍ରମରେ ପଦ୍ମପୁର ଉପ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦାନ କରି କାର୍ୟ୍ୟାଳୟର ସମସ୍ତ ଅଧିକାରୀ ତଥା କର୍ମଚାରୀମାନଙ୍କୁ ଦୁର୍ନୀତି ନିବାରଣର ଶପଥ ପାଠ କରାଇଥିଲେ । ପ୍ରାରମ୍ଭରେ ଉପଖଣ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ ଦୁର୍ନୀତି ନିବାରଣ ସପ୍ତାହ ପାଳନର ଉଦ୍ଦେଶ୍ୟ ପ୍ରଦାନ କରିବା ସହିତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.