ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଧାମନଗର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଧାୟକ ଭାବେ ଶପଥ ଗ୍ରହଣ କରାଇଛନ୍ତି । ସୂଚନାଯୋଗ୍ୟ ଯେ, ବିଷ୍ଣୁଚରଣ ସେଠୀଙ୍କ ପରଲୋକ ଯୋଗୁଁ ଏହି ବିଧାନସଭା ଆସନଟି ଖାଲି ରହିଥିଲା । ଚଳିତ ମାସ ୩ତାରିଖ ଦିନ ଏହି ଆସନ ନିମନ୍ତେ ଅନୁଷ୍ଠିତ ଉପନିର୍ବାଚନରେ ସୂର୍ଯ୍ୟବଂଶୀ ସୂରଜ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆୟୋଜିତ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିରୋଧି ଦଳର ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବିଧାନସଭା ସଚିବ ଦାଶରଥୀ ଶତପଥୀ, ବିଧାନସଭାର ଅନ୍ୟ ପଦାଧିକାରୀଙ୍କ ସମେତ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।
Prev Post