ଜାତୀୟ ମତଦାତା ଦିବସ ଉପଲକ୍ଷେ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମତଦାତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଦ୍ଵାରା ଆଗାମୀ ଜାନୁୟାରୀ ୨୫ ଦିନ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ମତଦାତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ମତଦାତା ଶପଥ ପାଠ କରାଯାଇଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଳିନା ପ୍ରଧାନ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, କର୍ମଚାରୀଙ୍କ ସମେତ ଜିଲ୍ଲା ନିର୍ବାଚନ ଅଧିକାରୀ ଯଶ୍ୱସିନୀ ପ୍ରୁଥାଲ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.