
ଭୁବନେଶ୍ୱର, (କେପିଏନ୍ଏସ୍) : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଶପଥ ପାଠ କରାଯାଇଛି । କାର୍ଯ୍ୟାଳୟ ପରିସରରେ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଦୁର୍ନୀତି ନିବାରଣ ଲାଗି ଐକ୍ୟବଦ୍ଧ ଭାବେ ଉଦ୍ୟମ କରିବା ଓ ସ୍ୱଚ୍ଛତାର ସହ କାର୍ଯ୍ୟ ସଂପାଦନ ନେଇ ଶପଥ କରାଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।