ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶପଥ ପାଠ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଦୈନିନ୍ଦିନ ଜୀବନରେ ସାଧୁତା ଓ ସ୍ୱଚ୍ଛତା ବଜାୟ ରଖିବା ଉଚିତ୍‌ । ସମାଜରେ ଦୁର୍ନୀତିର ମୂଳୋତ୍ପାଟନ ହେଲେ ଦେଶ ଓ ଜାତିର ଉନ୍ନତି ହୋଇପାରିବ । ଏଥିପାଇଁ ସରକାରୀ ସ୍ତରରେ କର୍ମଚାରୀମାନେ ସାଧୁତା ଓ ସ୍ୱଚ୍ଛତା ବଜାୟ ରଖିବାକୁ ଆଜି ଶପଥ ଗ୍ରହଣରେ ବାର୍ତ୍ତା ପ୍ରଦାନ କରାଯାଇଥିଲା । ଆଜିଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ ଶପଥ ପାଠ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ନବୀନ ପଟେଲ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ ।

Leave A Reply

Your email address will not be published.

two × three =