ଛତିଶଗଡ଼ ପୁଲିସକୁ ପୁଣି ସଫଳତା

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି ପୁଣି ସଫଳତା । ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି ଥିବା ସୂଚନା ରହିଛି । ସୁକମା ଏସ୍‌ପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆର୍‌ଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ । ସକାଳୁ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି । ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି ।

Leave A Reply

Your email address will not be published.