om academy

ଲୋକଙ୍କ ମୁଖ୍ୟମନ୍ତ୍ରୀ : ଲୋକଙ୍କ ସରକାର

jsm
  • ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ନିଜ ହାତରେ ପାଣି ପିଆଇ ଅଧର୍ଯ୍ୟ ନ ହେବା ପାଇଁ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ
  • ଗତ ୫ ଦିନ ମଧ୍ୟରେ ପ୍ରାୟ ଏକ ଲକ୍ଷ ଲୋକ ଭେଟିଲେଣି
  • ଲୋକଙ୍କ ସମସ୍ୟା ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ, ବିଶ୍ୱାସ, ଭରସା ଓ ଖୁସିରେ ଫେରୁଛନ୍ତି ସମସ୍ତେ
  • ଲୋକଙ୍କ ସରକାର ଭାବେ ଆସିଥିବା ପରିଚୟ ହେଉଛି ଆହୁରି ସୁଦୃଢ଼

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁ ଥାଆନ୍ତି । ତାଙ୍କ ଭିତରେ ଥିଲେ କିଛି ଛଟେଇ କମ୍ପ୍ୟୁଟର ଶିକ୍ଷକ । ସେମାନଙ୍କ ଭିତରେ ଜଣେ ଥିଲେ ଅର୍ଜୁନ ନାୟକ । ଅର୍ଜୁନଙ୍କର ଗୋଟିଏ ଗୋଡ ନଥିଲା । ଦୁର୍ଘଟଣାରେ ସେ ଗୋଟିଏ ଗୋଡ ହରାଇ ଥିଲେ । ତାଙ୍କୁ ଦେଖି ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କଲେ । ତାଙ୍କ ସମସ୍ୟା ବିଷୟରେ ଶୁଣିଲେ । ତାଙ୍କୁ ନିଜ ହାତରେ ମୁଖ୍ୟମନ୍ତ୍ରୀ ପାଣି ପିଆଇ ଅଧର୍ଯ୍ୟ ନହେବା ପାଇଁ ସାନ୍ତ୍ୱନା ଦେଲେ । ଅର୍ଜୁନ ନିଜ ଆଖିକୁ ବିଶ୍ୱାସ କରି ପାରିଲେ ନାହିଁ । ତାଙ୍କ ଆଖିରୁ ଝରି ପଡୁଥାଏ ଅନନ୍ଦାଶ୍ରୁ । ଆଶା, ବିଶ୍ୱାସ ଓ ଭରସା ନେଇ ସେ ଫେରିଲେ । ଗତ ୫ ଦିନ ଧରି ଏହିପରି ଅନେକ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି । ଖୁସି, ଆନନ୍ଦ, ବିଶ୍ୱାସ ଓ ଭରସା ନେଇ ଫେରୁଛନ୍ତି । ଗତ ଜୁନ୍‌ ୧୨ ତାରିଖରେ ଦାୟିତ୍ଵ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି । ନିଜ ବାସଗୃହଠାରୁ ଆରମ୍ଭ କରି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠାରେ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ମିଳୁଛି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ କୌଣସିଠାରେ ସାଧାରଣ ଲୋକଙ୍କ ପାଇଁ କୌଣସି ପ୍ରତିବନ୍ଧକ ନାହିଁ । ୧୨ ତାରିଖରୁ ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ପ୍ରାୟ ୧ ଲକ୍ଷ ମହିଳା, ଛୋଟପିଲା ଏବଂ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେଣି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସାଧାରଣ ଲୋକଟିଏ ଅନୁଭବ କରୁଛି ଯେ, ମୁଖ୍ୟମନ୍ତ୍ରୀ ମଧ୍ୟ ଆମ ଭିତରୁ ଜଣେ । ନାଁ ଅଛି ତାଙ୍କ ପାଖରେ କ୍ଷମତାର ଚାକଚକ୍ୟ ନାଁ ଅଛି ସରକାରୀ ଆଦବ କାଇଦା । ସମସ୍ତଙ୍କ ମୁହଁରେ ଗୋଟିଏ କଥା ଏ ହେଉଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ । ପୂର୍ବ ସରକାରରେ ଜଣେ ସାଧାରଣ ଲୋକ ସରକାରଙ୍କ ଏତେ ନିକଟତର ହେବା ସ୍ଵପ୍ନ ଥିଲା । ଆଜି ମୋହନ ମାଝୀଙ୍କ ସରକାରରେ ସାଧାରଣ ଲୋକଟିଏ ମୁଖ୍ୟମନ୍ତ୍ରୀଙ୍କ ନିକଟତର ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇ ପାରୁଛି କିମ୍ବା ତା’ର ସମସ୍ୟା ବିଷୟରେ କହି ପାରୁଛି । ଘରେ, ବାହାରେ, ବିଭିନ୍ନ କାର୍ଯ୍ୟକ୍ରମରେ ସବୁଠି ଭେଟି ପାରୁଛନ୍ତି ଲୋକମାନେ । ସେଥିପାଇଁ ସେମାନଙ୍କ ମନ ଭିତରେ ଅପାର ଆନନ୍ଦ ଓ ଆତ୍ମତୃପ୍ତି ପରିଲକ୍ଷିତ ହେଉଛିି ଆଜି ପର୍ଯ୍ୟନ୍ତ କେହି ଜଣେ ବି ହେଲେ ମୁଖ୍ୟମନ୍ତ୍ରୀଙ୍କୁ ନଭେଟି ନିରାଶ ହୋଇ ଯାଇ ନାହାନ୍ତି, ସମସ୍ତେ ଶୃଙ୍ଖଳିତ ଭାବେ ଧାଡିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି ଓ ଦୁଇପଦ କଥା ହେଉଛନ୍ତି । ମୁଖ୍ୟମନ୍ତ୍ରୀ ଭାବେ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟକ୍ରମ ତଥା ସରକାରୀ ଅଧିକାରୀମାନଙ୍କୁ ଭେଟିବା ଭିତରେ ମଧ୍ୟ ଲୋକଙ୍କ ପାଇଁ ତାଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ଅଛି । ସାଧାରଣ ଲୋକଟେ ଆସି ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଉଛନ୍ତି, ଫଟୋ ଉଠାଉଛନ୍ତି, ସେଲ୍‌ଫି ନେଇ ପାରୁଛନ୍ତି । ସାଧାରଣ ଜନତା ଓ ସରକାରଙ୍କ ମଧ୍ୟରେ ଥିବା ଦୂରତା ହଟିଯାଇଛି । ସାଧାରଣ ଲୋକଙ୍କ ସହ ମୁଖ୍ୟମନ୍ତ୍ରୀ ଯେତେ ସହଜରେ ମିଶୁଛନ୍ତି, ସେଥିରୁ ସେ ପ୍ରମାଣ କରୁଛନ୍ତି ଯେ, ସେ ହେଉଛନ୍ତି ପ୍ରକୃତରେ ତାଙ୍କ ସରକାର ହେଉଛି ଲୋକଙ୍କ ସରକାର । କେବଳ ସାଧାରଣ ଲୋକ ନୁହେଁ, ଗଣମାଧ୍ୟମ ପ୍ରତିନିଧୀ, ବିଭିନ୍ନ ସଂଗଠନର କର୍ମକର୍ତ୍ତା ତଥା ସଦସ୍ୟ, ଭିନ୍ନକ୍ଷମ ସମସ୍ତେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଆସି ଭେଟୁଛନ୍ତି, ସମସ୍ତେ ବୋଧେ ଚାହୁଁଥିଲେ ଏପରି ପରିବର୍ତ୍ତନ । ସମସ୍ତଙ୍କର ବୋଧେ ଆବଶ୍ୟକତା ଥିଲା ଏପରି ଜଣେ ମୁଖ୍ୟମନ୍ତ୍ରୀଙ୍କର ଯେକି ଲୋକଙ୍କ ସୁଖଦୁଃଖର ହୋଇଥିବେ, ଲୋକଙ୍କ ସହ ମିଶୁଥିବେ । ଲୋକଙ୍କ ଏହି ଭଲପାଇବା ବିଷୟରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ, ଗତ ୨୪ ବର୍ଷ ଭିତରେ ଲୋକମାନେ ସେମାନଙ୍କ ସୁବିଧା ଅସୁବିଧା ସରକାରଙ୍କୁ ଜଣାଇବାକୁ ସୁଯୋଗ ପାଉନଥିଲେ । ସେମାନଙ୍କୁ ଯେଉଁ ନାୟ ମିଳିବା କଥା ତାହା ମିଳୁ ନଥିଲା । ମୁଁ ଗୋଟିଏ ସାଧାରଣ ପରିବାରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି । ତଳ ସ୍ତରର ସମସ୍ୟା କଣ ରହିଛି ସେ ବିଷୟରେ ଭଲ ଭାବରେ ଜାଣିଛି । ଲୋକଙ୍କ ସହ ଭଲରେ ମିଶିଲେ ଯାଇ ତଳ ସ୍ତରର ସମସ୍ୟାର ସମାଧାନ ପାଇଁ ବାଟ ଫିଟିବ । ତେଣୁ ଲୋକମାନେ ତାଙ୍କ ସ୍ଵଇଚ୍ଛାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ଆସୁଛନ୍ତି । ଲୋକମାନେ ବିକାଶ ଚାହୁଁ ଥିଲେ, ସେବା ଚାହୁଁ ଥିଲେ, ତେଣୁ ସେମାନେ ପରିବର୍ତ୍ତନ ଆଣିଲେ । ଏ ସରକାର ହେଉଛି ଲୋକଙ୍କ ସରକାର, ମୁଖ୍ୟମନ୍ତ୍ରୀ ମଧ୍ୟ ଲୋକଙ୍କ ମୁଖ୍ୟମନ୍ତ୍ରୀ । ଏବେ ଲୋକମାନେ ଚାହୁଁଛନ୍ତି ମୁଖ୍ୟମନ୍ତ୍ରୀ ଆମର, ମୁଖ୍ୟମନ୍ତ୍ରୀ ଆମକୁ ଦେଖାଦେବା ଦରକାର । ଲୋକମାନେ ଏଠାକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ଟିକେ ଭେଟିବା, କଥା ହେବା ଓ ଗୋଟେ ନୂଆ ଓଡିଶା ଗଢିବାର ଆଶା ନେଇ । ଲୋକମାନଙ୍କ ସହଯୋଗରେ ଆଗାମୀ ୫ ବର୍ଷ ମଧ୍ୟରେ ଲୋକଙ୍କ ୫୦ ବର୍ଷର ସମସ୍ୟାର ସମାଧାନ ସହିତ ସେମାନଙ୍କ ବିକାଶର ସ୍ଵପ୍ନ ମଧ୍ୟ ନିଶ୍ଚିତ ରୂପେ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢତାର ସହ କହିଛନ୍ତି । ପ୍ରତ୍ୟେକ ସଭା, ସମିତି ଓ କାର୍ଯ୍ୟକ୍ରମରେ ଓଡିଆ ଅସ୍ମିତା, ପରମ୍ପରା ଓ ସଂସ୍କୃତିକୁ ଅଧିକ ଗୁରୁତ୍ଵ ଦେଉଛନ୍ତି । ଜଣେ ଖାଣ୍ଟି ଓଡିଆଭାବେ ତାଙ୍କ ମନରେ ରହିଛି ଓଡିଆ ଅସ୍ମିତା ଓ ସଂସ୍କୃତି ପ୍ରତି ଅନେକ ସ୍ଵାଭିମାନ । ଏସବୁ ଦେଖି ସାଧାରଣ ଲୋକଟିଏ ଆଜି କହୁଛି ଏତେ ଦିନ ପରେ ଆମେ ଆମ ଭିତରୁ ଜଣେ ସାଧାରଣ ଲୋକଙ୍କୁ ଆମ ମୁଖ୍ୟମନ୍ତ୍ରୀ ଭାବେ ପାଇଛୁ ।

Leave A Reply

Your email address will not be published.