୮ ତାରିଖକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରବିବାର ୭ ତାରିଖରେ ପବିତ୍ର ରଥଯାତ୍ରା ପଡ଼ୁଛି । ଏହା ପରଦିନ ବା ସୋମବାରକୁ ମଧ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ରାଜସ୍ୱ ଓ କୋର୍ଟ ମଧ୍ୟ ବନ୍ଦ ରହିବ । ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ ସଂସ୍ଥା ମଧ୍ୟ ବନ୍ଦ ରହିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.