ls

ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ କାର୍ଯ୍ୟକାରୀ ହେବ

sb

ଭୁବନେଶ୍ୱର : ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତିକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଭଳି କାର୍ଯ୍ୟକ୍ରମ ରହିଛି । ଏହି ନିଷ୍ପତ୍ତି ଦ୍ୱାରା ଓଡିଶା ସରକାର ଓ ଭାରତ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରହିବ । ସୂଚନାଯୋଗ୍ୟ ଯେ, ବିଭିନ୍ନ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାର ପୂର୍ଣ୍ଣ ଲାଭ ନେବା ପାଇଁ ନୂତନ ସରକାର ସ୍ଥିର କରିଛନ୍ତି ।

pc pk
Leave A Reply

Your email address will not be published.