oom

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇସାରିଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ଅବସରପ୍ରାପ୍ତ ପଦାର୍ଥବିତ ପଦ୍ମନାଭ ଯୋଶୀ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜମରତଲା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀ ଓ ରଜବୋଡାସମ୍ବର୍ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ପ୍ରିତିରଶ୍ମି ସେଠ୍ ଯୋଗଦେଇଥିଲେ । ସୁଶ୍ରୀ ରବୀନା ପଧାନ ସଭା ପରିଚାଳନା କରିଥିବା ବେଳେ ମାନସ ରଞ୍ଜନ ଶତପଥୀ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ବିଦ୍ୟାଳୟର ଛାତ୍ରୀମାନେ ୨୮ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ସେଥି ମଧ୍ୟରୁ ୬ଟି ପ୍ରକଳ୍ପ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଓ ୫ଟି ଇଂସ୍ପାଅର ପାଇଁ ଚୟନିତ କରାଯାଇଥିଲା । ଶ୍ରୀମତୀ ଜ୍ୟୋସ୍ନା ରାଣୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ପୂଜାରାଣୀ ନାୟକ, ସଂଯୁକ୍ତା ଭୋଇ, ମନିଷା ଭୋଇ, ବୃନ୍ଦାବତୀ ସାହୁ, ଖୁସବୁ ବରିହା, ଜ୍ୟୋତି ରେଖା ମହାନନ୍ଦ, ଚକ୍ରଧର ନାୟକ, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ନିଳୀମା ରାଣୀ ମହାନ୍ତି, ସୁଷମା ଦାସ, ଦୁଷ୍ମନ୍ତ ଛତର, କମଳା କୁମ୍ଭାର କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.