ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ । ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ ।

Leave A Reply

Your email address will not be published.

one × five =