ଜୁନ୍‌ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା

ଭୁବନେଶ୍ୱର : ଆସନ୍ତା ଜୁନ୍‌ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଜାରି କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ଚିଠି ହୋଇଛି । ନୂଆ ସରକାର ଗଠନ ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ, ସେଥିପାଇଁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନଦେବାକୁ ନିର୍ଦ୍ଦେଶ ରହିଛି । ଚିଠିରେ ହେଡ୍‌କ୍ୱାର୍ଟର ନଛାଡ଼ିବାକୁ ମଧ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏମିତିକି ସରକାରୀ ଛୁଟି ଦିନରେ ବି ଅନୁପସ୍ଥିତ ନରହିବାକୁ କୁହାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଛିଣ୍ତିନି ମୁଖ୍ୟମନ୍ତ୍ରୀ ସସ୍‌ପେନ୍‌ନ୍ସ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏନେଇ ବୈଠକ ଚାଲିଛି ।

Leave A Reply

Your email address will not be published.