oom

ଭାରତୀୟ ଜନତା ଯୁବମୋର୍ଚ୍ଚାର ‘ନୂତନ ଭୋଟର ସଚେତନତା’ ଅଭିଯାନ କାର୍ଯ୍ୟକ୍ରମ ଶୁଭାରମ୍ଭ

jsmm

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ପକ୍ଷରୁ ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ “ନୂତନ ଭୋଟର ସଚେତନତା” ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା ଯେଉଁ ଯୁବକ ଓ ଯୁବତୀମାନଙ୍କୁ ୨୦୨୪ ଜାନୁଆରୀ ସୁଦ୍ଧା ୧୮ବର୍ଷ ହୋଇଥିବ ସେମାନେ ନୂତନ ଭୋଟର ତାଲିକାରେ ନାମ ପଞ୍ଜିକରଣ ପାଇଁ ବିଜେପିର ଦଳୀୟ କର୍ମୀମାନେ ସହଯୋଗ କରିବେ । ଭୋଟର ତାଲିକାରେ “ନୂତନ ଭୋଟର”ଯୋଡ଼ିବା ପାଇଁ କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋହନ ମାଝୀ, ରାଜ୍ୟ ସାଧାରଣ ସଂପାଦକ ଶାରଦା ପ୍ରସାଦ ଶତପଥୀ, ବରିଷ୍ଠ ନେତା ଅଶୋକ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ ଦୀପକ ଗୋଚ୍ଛାୟତ ପ୍ରମୁଖ ଉପସ୍ଥିତ ରହି ଗଣତନ୍ତ୍ରରେ ଯୁବ ଭୋଟରଙ୍କ ଭୂମିକା ସଂପର୍କରେ ଆଲୋଚନା କରିଥିଲେ ।

jittmm
Leave A Reply

Your email address will not be published.