oom

ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ନିଷ୍ପତ୍ତି ସାମୟିକ ଭାବେ ସ୍ଥଗିତ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀଠାରୁ ପଞ୍ଚମ ଶ୍ରେଣୀ ପର୍ୟ୍ୟନ୍ତ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବିଦ୍ୟାଳୟ ପୁନଃ ଖୋଲାଯିବା ନିମନ୍ତେ ଆଦେଶ ଜାରି କରିଥିଲେ । ଏହି ଆଦେଶ ମୁତାବକ, ପାଖାପାଖି ୨୩ ହଜାର ବିଦ୍ୟାଳୟ ଆସନ୍ତା ଜାନୁଆରୀ ୩ ତାରିଖ ସୋମବାର ଠାରୁ ଖୋଲିବାର ବନ୍ଦୋବସ୍ତ କରାଯାଉଥିଲା ଏବଂ ବାକି ୩୦୯୩ ବିଦ୍ୟାଳୟକୁ ଜାନୁଆରୀ ୧୦ ତାରିଖ ଦିନଠାରୁ ଖାଲିଥାନ୍ତା ।
ଇତି ମଧ୍ୟରେ ପଦାଧିକାରୀମାନେ ବିଭିନ୍ନ ସ୍କୁଲ ଗସ୍ତ କରି ବିଦ୍ୟାଳୟ ସହ ଜଡ଼ିତ ବ୍ୟକ୍ତିବିଶେଷମାନଙ୍କ ସହିତ ଆଲୋଚନା କରିଛନ୍ତି । ସାଂପ୍ରତିକ ସ୍ୱାସ୍ଥ୍ୟଜନିତ ପରିସ୍ଥିତି, ବିଶେଷ ଭାବରେ ବିଗତ ଦୁଇଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଏବଂ ଇତିମଧ୍ୟରେ ବିଭିନ୍ନ ଉଚ୍ଚ ପଦାଧିକାରୀମାନଙ୍କ ରିପୋର୍ଟକୁ ନେଇ ପିଲାମାନଙ୍କ ବୃହତ୍ତର ସ୍ୱାସ୍ଥ୍ୟଗତ ହିତକୁ ଧ୍ୟାନରେ ରଖି ରାଜ୍ୟ ସରକାର ପ୍ରଥମ ଶ୍ରେଣୀଠାରୁ ପଞ୍ଚମ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖୁଛନ୍ତି । କିନ୍ତୁ ଷଷ୍ଠ ଶ୍ରେଣୀଠାରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢ଼ା ଯଥାବିଧି ଜାରି ରହିବ । ଆସନ୍ତା ଜାନୁଆରୀ ୫ରୁ ୮ ତାରିଖ ପର୍ୟ୍ୟନ୍ତ ୧୦ମ ଶ୍ରେଣୀର ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସମେଟିଭ୍‌-୧ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସୂଚନ ଅନୁଯାୟୀ ସାମାଜିକ ଦୂରତା ଅବଲମ୍ବନ କରାଯାଇ ଯଥାବିଧି ଚାଲୁ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ।

jittmm
Leave A Reply

Your email address will not be published.