ସେଲଫି ପଏଣ୍ଟ ଅନୁଧ୍ୟାନ କଲେ କାର୍ଯ୍ୟନିର୍ବାହୀ ଅଧକାରୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ବିଭିନ୍ନ ସ୍ଥାନରେ ନିର୍ମାଣ ହେଉଥିବା ସେଲ୍ଫି ପଏଣ୍ଟକୁ ଶୁକ୍ରବାର ଏନ୍‌ଏସି ଇଓ ଅବିନାଶ ମିଶ୍ର ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଏନ୍‌ଏସି କନିଷ୍ଠ ଯନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଖୁବ ଶୀଘ୍ର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ଇଓ ଶ୍ରୀ ମିଶ୍ରଙ୍କ ଉଦ୍ୟମରେ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ନିକଟରେ ଜଳସ୍ରୋତର ଡିଜାଇନ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଦାମୋଦରପୁର ଠାରେ ଅଶୋକ ସ୍ତମ୍ଭ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବା ଜଣାପଡିଛି । ଅନୁଧ୍ୟାନ ବେଳେ କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା, ଏକ୍ସପୋଟ ଅଧିକାରୀ ସୁମିତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

error: Content is protected !!