pakka

ପାଇକମାଲରେ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲରେ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସେମିନାରରେ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ ସଭାପତିତ୍ୱ କରିଥିଲେ । ଏହି ସେମିନାର କାର୍ଯ୍ୟକ୍ରମରେ ପାଇକମାଲ ବ୍ଲକର ୧୮ଟି ବିଦ୍ୟାଳୟର ୧୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଆୟୁଷ ତ୍ରିପାଠୀ ପ୍ରଥମ ସ୍ଥାନ, ଛିନ୍ଦେଇକେଲା ଉଚ୍ଚ ବିଦ୍ୟାଳୟ ଝରଣା ସାହୁ ଦ୍ୱିତୀୟ ସ୍ଥାନ ଓ ଢେକିମୁଣ୍ତା ୟୁଜିଏମ୍‌ଇ ସ୍କୁଲ ଦୀପଶିଖା ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରଛନ୍ତି । ପ୍ରଥମ ସ୍ଥାନରେ ଥିବା ଆୟୁଷ ଓ ଦ୍ୱିତୀୟ ସ୍ଥାନରେ ଥିବା ଝରଣା ଅକ୍ଟୋବର ୧୦ ତାରିଖ ଦିନ ହେବାକୁ ଥିବା ଜିଲ୍ଲା ସ୍ତରୀୟ ବିଜ୍ଞାନ ସେମିନାରରେ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ ମତବ୍ୟକ୍ତ କରିଛନ୍ତି । ପାଇକମାଲ ଉଚ୍ଚ ବିଦ୍ୟାଳୟ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନୀଲ କୁମାର କାଲିଆ, ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଶତପଥୀ ବିଚାରକ ଭାବେ ଯୋଗଦାନ କରିଥିଲେ । ଶେଷରେ ଜ୍ୟୋତିର୍ମୟୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।

jay balangir
Leave A Reply

Your email address will not be published.

five × 1 =