ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ଵର : ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପାର୍ଥବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ଦାସଙ୍କ ସରକାରୀ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କରିଛନ୍ତି । ଏହା ସହ ଘର ଭିତରକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି ।

ନବ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କୁ ଦଳୀୟ କାର୍ଯ୍ୟାଳୟକୁ ନିଆଯିବ । ଏଥିପାଇଁ ପ୍ରସ୍ତୁତି ଚାଲିଛି । ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ । ଏହାପରେ ଝାରସୁଗୁଡ଼ା ଅଭିମୁଖେ ନିଜ ଜନ୍ମମାଟିକୁ ଅନ୍ତିମ ଯାତ୍ରାରେ ବାହାରିବେ ନବ ।

Leave A Reply

Your email address will not be published.