ଭୁବନେଶ୍ୱର : ରାଜ୍ୟର ନୂଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲ ୩ ମନ୍ତ୍ରୀ । ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଶାସକ ଦଳ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ ।