pakka

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପରିପ୍ରେକ୍ଷୀରେ ଶପଥ ପାଠ ଗ୍ରହଣ

bbehera

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତଥା ଦୁର୍ନୀତି ନିବାରଣ ବିଭାଗ ଆନୁକୂଲ୍ୟରେ ବିନିକା ବ୍ଲକ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଦୁର୍ନୀତି ମୁକ୍ତ ସମୃଦ୍ଧ ଓ ସ୍ୱଚ୍ଛ ଓଡିଶା ଗଠନ ପାଇଁ ସମସ୍ତ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ । ବିନିକା ବ୍ଲକର ଭିଡିଓ କନଫରେନସିଂ କକ୍ଷରେ ଅନୁଷ୍ଠିତ ଶପଥ ପାଠ ସମାରୋହରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରୱଣେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ, ଜିଲ୍ଲା ଉନ୍ନୟନ ତଥା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ସୋନପୁର ଡ଼. ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ, ବିନିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବ୍ୟାସଦେବ ବେହେରା, ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ, କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।

Leave A Reply

Your email address will not be published.

seventeen − five =