ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର : ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ବୁଧବାର ରାଜଭବନରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର ଶପଥ ପାଠ କରାଇଥିଲେ । ପ୍ରାରମ୍ଭରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ଧଳ ରାଜ୍ୟପାଳଙ୍କ ନିଯୁକ୍ତିପତ୍ର ପାଠ କରିଥିଲେ ।

ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ଚଢ଼ା ଓ ଆୟୋଗର ସଦସ୍ୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉତ୍ସବରେ ଯୋଗ ଦେଇଥିଲେ ।

Leave A Reply

Your email address will not be published.

five + 7 =

error: Content is protected !!