ଶେଷରେ ବଲାଙ୍ଗିର ଭୀମଭୋଇ ମେଡ଼ିକାଲରେ ଜୀବନ ହାରିଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁର୍ଘଟଣାଗ୍ରସ୍ତ ଯୁବକଙ୍କ ମୃତ୍ୟୁ । ଚିଙ୍ଗେରବନ୍ଧ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ରହିଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଜୁନାପଦର ସ୍ଥିତ ଚିଙ୍ଗେରବନ୍ଧ ନିକଟରେ ଏକ ବାଇକ ଦୃତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ତାଙ୍କର ମୁଣ୍ଡରେ ଗଭୀର ଆହତ ଲାଗିଥିବାରୁ ପ୍ରଚୁର ରକ୍ତସ୍ରାବ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣାଗଡ଼ ଓ ପରେ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲକୁ ଅଣାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ବାଇକ ଚାଳକ ମଧ୍ୟ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେରେ ଚିକିତ୍ସିତ ହେଉଥିବା ସୂଚନା ରହିଛି ।

Leave A Reply

Your email address will not be published.