jayashree

ଗେଟସରୋବରପଡ଼ାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ବଲାଙ୍ଗିର ଠାରେ ଶନିବାର ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶାକର୍ମୀ ଓ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ଭୀମଭୋଇ ମେଡିକାଲ କଲେଜର ଡାକ୍ତର ରୋନିତ କୁମାର ପଣ୍ଡା ଓ ଡାକ୍ତର ରୋଶନ ଜେନା ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ । ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ୍‌ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏହି ସ୍ୱାସ୍ଥ୍ୟ ଶିବିରରେ ୧୦୦ରୁ ଅଧିକ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ । ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୂଚାରୁ ରୂପେ ପରିଚାଳିତ ହେଇଥିଲା ।

Leave A Reply

Your email address will not be published.