oum

ବାଉଁଶୁଣୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଓ ସମାଧାନ ଶିବିର

jsm

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ବ୍ଲକ ବାଉଁଶୁଣୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜ଼ିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତଙ୍କ ଯୁଗ୍ମ ଜନ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି କ୍ଷ ଏହି ଶିବିରରେ ସର୍ବମୋଟ ୧୪୪ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୧୧୭ ଟି ବ୍ୟକ୍ତିଗତ ଓ ୨୭ଟି ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଅଭିଯୋଗ ଆସିଥିଲା । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ସାହାୟତା ମଂଜୁର କରାଯାଇଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୨୩ଟିର ତତ୍‌କାଳ ସମାଧାନ କରାଯାଇଥିଲା । ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଜ଼ିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର ଅବନୀକାନ୍ତ ସାହୁ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଜ଼ିଲ୍ଲା ପରିଷଦ ସଭ୍ୟ ଜୋନ -୪ ରାକେଶ ତ୍ରିପାଠୀ, ସରପଞ୍ଚ ଅଇଁଠୁ ମାହାଳିକ, ଜ଼ିଲ୍ଲା ଶିକ୍ଷା ଅଧିକାରୀ ଉଦୟନାଥ ମାଝୀ, ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୂଜାରୀ, ଜିଲ୍ଲା ଶିଶୁ ସୁରକ୍ଷ୍ୟା ଅଧିକାରୀ ରାହୁଲ ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ବିନୋଦ ଚନ୍ଦ୍ର ନାୟକ,ଏଆର୍‌ସିଏସ୍‌ ମଙ୍ଗଳ ସୋରେନ, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ଛାୟା ମିଶନ ପ୍ରଦୀପ୍ତ କୁମାର ମହାନ୍ତି, ଉପନିର୍ଦ୍ଦେଶକ ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ଡ. ହରେକୃଷ୍ଣ ବେହେରା, ବିଡ଼ିଓ ବୌଦ୍ଧ ପ୍ରମୋଦ କୁମାର ମିଶ୍ର, ତହସିଲଦାର ବୌଦ୍ଧ ଦେବୀ ପ୍ରସାଦ ଦାଶ ଓ ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.