pakka

ବରପାଲି ବ୍ଲକରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଆପତ୍ତି ଅଭିଯୋଗ ଶୁଣିଥିଲେ । ପରେ ଅନେକ ଲୋକଙ୍କ ଅଭିଯୋଗ ଆପତ୍ତି ଉପରେ ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଜନ ଶୁଣାଣିକୁ ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତର ଅଧିବାସୀମାନେ ପହଞ୍ଚି ତାଙ୍କ ସମସ୍ୟା ବିଷୟରେ ଜିଲ୍ଲା ପ୍ରଶାସନ ଅବଗତ କରାଇଥିଲେ । ଅଭିଯୋଗ ପ୍ରକୋଷ୍ଠରେ ଅନ୍ୟ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତି ବାସ ରାଉତ, ବରପାଲି ବ୍ଲକ ଅଧ୍ୟକ୍ଷା ରୀନା ଥଇତ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

fifteen + seven =

error: Content is protected !!