ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି । ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଶୁଣାଣି କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ୟ୍ୟ ନିର୍ବାହୀ ଅଧିକାରୀ ଶ୍ରୀମତୀ ମଧୁମିତା, ବ୍ରହ୍ମପୁର ଉପ-ଜିଲ୍ଲାପାଳ ସୁଶ୍ରୀଦୀନା ଦସ୍ତାଗୀର, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀମତୀ ପ୍ରଣିତା ଦାଶ, ଏହି ଅଭିଯୋଗ ଶୁଣାଣିର ସମୁଦାୟ ୬୩ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୪୭ଟି ଥିଲାବେଳେ, ଗ୍ରାମ ଅଭିଯୋଗ ୧୬ଟି ଥିଲା । ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ବ୍ରହ୍ମପୁର ଉପଖଣ୍ଡର ଅତିରିକ୍ତ ଉପଜିଲ୍ଲାପାଳ, ସମସ୍ତ ବି. ଡି. ଓ, ତହସିଲଦାର ଓ ଜିଲ୍ଲାର ସମସ୍ତ ଅଧିକାରୀ ପ୍ରମୁଖ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ ।