ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ସାଇନପଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ଶୁଭ୍ରାଞ୍ଜଳି ପ୍ରଧାନ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଶୋଭମ୍ ମହାପାତ୍ର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ, ସରପଞ୍ଚ ଚମ୍ପିଲତା କହଁର, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ସ୍ମୃତି ସାଗର ପ୍ରଧାନ, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ତ୍ରିନାଥ ନାୟକ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁମାଝି ପଡ୍ରା, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସୁଶ୍ରୀ ପଲ୍ଲବୀ ନାୟକ ଏବଂ ପଞ୍ଚାୟତ ସ୍ତରୀୟ ସମସ୍ତ କର୍ମଚାରୀ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।

Leave A Reply

Your email address will not be published.