pakka

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

bbehera

ବାରିପଦା : ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ସୂଚନା ଅନୁସାରେ ଜୁନ ୧୬ରୁ ଅକ୍ଟୋବର ମାସ ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ହେବ ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟ । ଶିମିଳିପାଳକୁ ପ୍ରବେଶ କରାଯାଉଥିବା ଶ୍ୟାମାଖୁଣ୍ଟା ବ୍ଲକ ପୀଠାବଟା ଫାଟକ ସମେତ ଯଶିପୁର ବ୍ଲକ କାଳିଆଣି ଫାଟକ ପର୍ଯ୍ୟଟକମାନଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ବନ୍ଦ ରହିବ । ତେବେ ପ୍ରତିବର୍ଷ ବର୍ଷା ଋତୁ ପାଇଁ ଜୁନ୍‌ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳ ବନ୍ଦ କରାଯାଇଥାଏ । ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦ ସଂକୁଳ ଅବସ୍ଥାରେ ରହିଥାଏ । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାକୁ ସାମୟିକ ବନ୍ଦ କରାଯାଇଥାଏ । ଏହି ସାଢେ ଚାରି ମାସ ମଧ୍ୟରେ ଅଭୟାରଣ୍ୟ ଭିତରେ ରାସ୍ତା ସମେତ ଭିଭିନ୍ନ ଭିତ୍ତିଭୂମିର ମରାମତି ମଧ୍ୟ ହୋଇଥାଏ । ନଭେମ୍ବର ୧ରୁ ଶିମିଳିପାଳକୁ ପ୍ରବେଶ ନିମନ୍ତେ ପର୍ଯ୍ୟଟକମାନଙ୍କୁ ଅନୁମତି ମିଳିବ ବୋଲି ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

jay balangir
Leave A Reply

Your email address will not be published.

3 × 4 =