pakka

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସରୋଜ ପଟ୍ଟନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସରୋଜ ପଟ୍ଟନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଶୋକ ପ୍ରକାଶ କରି ଲେଖିଛନ୍ତି ଯେ, ଗୀତିକାର ସରୋଜ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦୀର୍ଘ ୪ ଦଶନ୍ଧି ଧରି ଅନେକ ଲୋକପ୍ରିୟ ଓଡ଼ିଆ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରିରଖିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

Leave A Reply

Your email address will not be published.

7 − two =