ଆଳିରେ ଡଙ୍ଗା ବୁଡ଼ିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

  • ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

ମୃତବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ସହିତ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅର୍ଥ ତାଙ୍କ ପରିବାରକୁ ଦେବା ପାଇଁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.