oom

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ଯେ, ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଆ ସାହିତ୍ୟ ଜଗତ ସହ ନାରୀ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jittmm
Leave A Reply

Your email address will not be published.