ରଘୁ ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଣପୁର ପ୍ରଜାମଣ୍ଡଳ ଆନ୍ଦୋଳନ ଏକ ଐତିହାସିକ ଘଟଣା । ଏହି ମାଟିର ମହାନ୍ ସ୍ୱାଧୀନତା ସଂଗ୍ରାମୀ ଶହୀଦ ରଘୁ-ଦିବାକରଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ଜୟଦେବ ଭବନରେ ଅନୁଷ୍ଠିତ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସରେ ବିଶିଷ୍ଟ ଅତିଥିମାନେ ମତବ୍ୟକ୍ତ କରିଛନ୍ତି । ମୁଖ୍ୟ ଅତିଥି ଭାବରେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗଦେଇ ରଘୁ-ଦିବାକର ରାଜତନ୍ତ୍ର ଓ ଅନ୍ୟାୟ ଓ ଅତ୍ୟାଚାର ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଏବଂ ମୁଖ୍ୟ ବକ୍ତା ଭାବରେ ସତ୍ୟବାଦୀ ବଳିୟାରସିଂହ ଯୋଗ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍‌ମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.