jsm

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ଉପଲକ୍ଷେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ (ଶହିଦ ଦିବସ) ଉପଲକ୍ଷେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନର ଗାନ୍ଧୀନଗରପଡା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଚଞ୍ଚଳ ରାଣା, ପୌର ପରିଷଦର ଅଧ୍ୟକ୍ଷ୍ୟା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ସମାଜସେବୀ ବିକ୍ରମାନନ୍ଦ ବହିଦାର, ନୀଳମଣି ମିଶ୍ର, ଜୟରାମ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ସନ୍ଦୀପ କୁମାର କୁଅଁରଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତିମାନେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସେହିପରି ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତରଫରୁ ପୁଷ୍ପ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା ।

yuvodaya
Leave A Reply

Your email address will not be published.