
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ
ଭୁବନେଶ୍ୱର, (କେପିଏନ୍ଏସ୍) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ପୂର୍ବାହ୍ନରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ମନ୍ତ୍ରୀ, ବିଶିଷ୍ଟ ଅତିଥି ଓ ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।