ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କୁ ଟ୍ୱିଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛ‌ନ୍ତି ଯେ, ‘ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଲୋକଙ୍କ କଲ୍ୟାଣ ସହ ରକ୍ତଦାନ କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।

Leave A Reply

Your email address will not be published.