ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ସମନ୍ୱୟ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସ୍ଵର୍ଗତ ଚତୁର୍ଭୁଜ ସାହୁଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୋକସଭାରେ ନିରବ ପ୍ରାର୍ଥନା ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହିତ ଶୋକ ସନ୍ତପ୍ତ ପରିବାର, ବନ୍ଧୁବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କରାଯାଇଥିଲା । ଅନୁଷ୍ଠିତ ଶୋକ ସଭାରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଯୋଗଦାନ କରିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ, ଗତ ୧୯ ତାରିଖ ସନ୍ଧ୍ୟା ୬.୨୫ ସମୟରେ ଭିମସାର ବୁର୍ଲାଠାରେ ଶ୍ରୀ ସାହୁଙ୍କ ଚିକିତ୍ସାଧିନ ଅବସ୍ଥାରେ ଅକାଳ ବିୟୋଗ ହୋଇଥିଲା । ସେ ଜଣେ ଅମାୟିକ ହୃଦୟବାନ ବ୍ୟକ୍ତି ତଥା ସୁଯୋଗ୍ୟ ଅଧିକାରୀ ଥିବାରୁ ତାଙ୍କ ବିୟୋଗରେ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।