csstore

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର : ସତ୍ୟବାଦୀ ବନବିଦ୍ୟାଳୟର ପ୍ରତିଷ୍ଠାତା, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପଟ୍ଟଶିଷ୍ୟ, ସେବା ଓ କରୁଣାର ପ୍ରତୀକ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୫ତମ ଶ୍ରାଦ୍ଧୋତ୍ସବ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପ୍ରତ୍ୟୁଷରେ ଭୁବନେଶ୍ୱର ଗୋପବନ୍ଧୁଛକ ସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳରେ ଭାବପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।

ଏହି ଉତ୍ସବରେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଅନନ୍ତ ନାରାୟଣ ଜେନା, ଗାୟକ ଆହ୍ଲାଦ ସୁରେନ୍ଦ୍ରନାଥ ଛୋଟରାୟ, ପ୍ରବୀର ମହାନ୍ତି, ଡ଼ଃ ମିହିର ପଟ୍ଟନାୟକ, ଅଧ୍ୟାପକ ଡ଼ଃ ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ଗିରିଜା ଶଙ୍କର ମହାପାତ୍ର, ବହୁ ସଂଖ୍ୟକ କର୍ପୋରେଟର, ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ନିଜ ବକ୍ତବ୍ୟରେ ଅତିଥିମାନେ ଗୋପବନ୍ଧୁଙ୍କ ନିଷ୍ଠାପର ତ୍ୟାଗ ଓ ଦୁଃଖୀ ଦରିଦ୍ରଙ୍କ ସେବା କ୍ଷେତ୍ରରେ ତାଙ୍କ ଭୂମିକାର ସ୍ମୃତିଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭାଗର ଅଧିକାରୀମାନେ ସାମିଲ ହୋଇଥିଲେ ।

jayashree
Leave A Reply

Your email address will not be published.