csstore

ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ପ୍ରବାଦ ପୁରୁଷ ବିଜୟାନନ୍ଦ ପଟ୍ଟନାୟକ (ବିଜୁବାବୁ ) ଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଡେଲାଙ୍ଗ ହାଟ ବଜାର ସ୍ଥିତ ବିଜୁବାବୁଙ୍କୁ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ବ୍ଲକ ଅଧକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାସା ନିଶଙ୍କ, ପ୍ରାକ୍ତନ ବ୍ଲକ ଅଧକ୍ଷ ତଥା ୧୬ନଂ ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ, ସମିତି ସଭ୍ୟ ଲଲାଟ କେଶରୀ ସାମନ୍ତରାୟ, ସକ୍ରିୟ କର୍ମୀ ମାନସ ରଞ୍ଜନ ବେହେରା, ଉପେନ୍ଦ୍ର ଖଟେଇଙ୍କ ସମେତ ବହୁ ସଂଖ୍ୟାରେ ବିଜେଡି କର୍ମୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜୁ ବାବୁଙ୍କ ଓଡିଶା ପ୍ରତି ଅବଦାନ ଓ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଓଡିଶା ପ୍ରତି ତ୍ୟାଗ, ସେବା, ସଂଗ୍ରାମ ଓ ସ୍ୱାଭିମାନ ସବୁଦିନ ମନେ ରହିବ ବୋଲି ଅତିଥି ମାନେ ମତବ୍ୟକ୍ତ କରିବା ସହିତ ବିଜୁ ବାବୁଙ୍କୁ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ କହିଥିଲେ । ଶେଷରେ ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.