ଆଜି ଶ୍ରୀମନ୍ଦିର ୪ ଘଣ୍ଟା ଧରି ବନ୍ଦ ରହିବ

ପୁରୀ : ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ । ଆଜି ଅନୁଷ୍ଠିତ ହେବ ଫାଲଗୁନ ମାସ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁ ଜଗନ୍ନାଥଙ୍କ ବନକଲାଗି ବା ଶ୍ରୀମୁଖସିଂହାର । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ । ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

Leave A Reply

Your email address will not be published.