ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶ୍ରୀମନ୍ଦିର ଦର୍ଶନ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ସୋମବାର ରାତି ୯ଟା ବେଳେ ପୁରୀ ଗସ୍ତରେ ଆସିଥିଲେ । ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହା ପରେ ସେ ଶ୍ରୀମନ୍ଦିର ଦର୍ଶନକୁ ଆସିଥିଲେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଲୋକଙ୍କ ହିତ ନିମନ୍ତେ କୃପା ଭିକ୍ଷା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ସମେତ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଶ୍ରୀମନ୍ଦିର ଦର୍ଶନକୁ ସଂଯୋଜନା କରିଥିଲେ ।

Leave A Reply

Your email address will not be published.