oom

ସାଗରପାଲିରେ ହେଲା ସାମୁହିକ ଔଷଧ ସେବନର ଜିଲ୍ଲାସ୍ତରୀୟ ଶୁଭାରମ୍ଭ

jsmm

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୋନପୁର ବ୍ଲକ ସାଗରପାଲି ଗ୍ରାମରେ ଫାଇଲେରିଆ ନିରାକରଣ ଅଭିଯାନ ଅନ୍ତର୍ଗତ ସାମୁହିକ ଔଷଧ ସେବନ କାର୍ୟ୍ୟକ୍ରମର ଜିଲ୍ଲାସ୍ତରୀୟ ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ମୋନୀଷା ବାନାର୍ଜୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଅନ୍ୟ ଉପସ୍ଥିତ ଅତିଥିମାନଙ୍କ ସହ ଡିଇସି ଓ ଆଲବେଣ୍ଡାଜଲ ବଟିକା ସେବନ ପୂର୍ବକ ଏହି ଅଭିଯାନର ଶୁଭାରମ୍ଭ କରିଥିଲେ । କେବଳ ଗର୍ଭବତୀ ମହିଳା, ୨ ବର୍ଷରୁ କମ୍ ଶିଶୁ ଓ ଦୀର୍ଘଦିନ ଧରି ଅସୁସ୍ଥ ଥିବା ବ୍ୟକ୍ତିଙ୍କୁ ଛାଡି ଅନ୍ୟ ସମସ୍ତେ ଏହି ବଟିକା ସେବନ ସହ ଜିଲ୍ଲାକୁ ଫାଇଲେରିଆ ରୋଗ ମୁକ୍ତ କରିବାକୁ ସେ ଏହି ଅବସରରେ ନିବେଦନ କରିଥିଲେ । ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ଭିବିଡି) ଫାଇଲେରିଆ ରୋଗର କାରଣ, ନିରାକରଣ ଉପରେ ଲୋକଙ୍କୁ ବୁଝାଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାଶ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ ପ୍ରମୂଖ ମଂଚାସୀନ ଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ପଦ୍ମହଂସା ଦୋରା, ଡିଆଇପିଆରଓ ଅଶ୍ଵିନୀ କୁମାର ଭୋଇ ପ୍ରମୂଖ ଉପସ୍ଥିତ ଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ଦିଲ୍ଲୀପ କୁମାର ପଣ୍ଡା ସ୍ଵାଗତ ଏବଂ ନାଇକେନପାଲି ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୂରୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଭା ପରିଚାଳନା କରିଥିଲେ । ଜିଲ୍ଲା ଭିବିଡି ପରାମର୍ଶଦାତା ଚନ୍ଦ୍ରଶେଖର ମିଶ୍ର, ବିପିଏମ ଅଶୋକ ମିଶ୍ର, ସୁପରଭାଇଜର ଶାନ୍ତ୍ଵନୁ ମେହେର, ଭିବିଡିଟିଏସ କୃଷ୍ଣଚନ୍ଦ୍ର ନାଏକ, ଏଏନଏମ ସୁମତି ବାରିକ ପ୍ରମୂଖ କାର୍ୟ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ।

jittmm
Leave A Reply

Your email address will not be published.