ରାଜ୍ୟ ପ୍ରାଣୀସେବା ହେଲ୍ପ ଲାଇନ ନମ୍ବର “୧୯୬୨” ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ରାଜ୍ୟ ପ୍ରାଣୀସେବା ହେଲ୍ପ ଲାଇନ ନମ୍ବର “୧୯୬୨” ଯୋଜନାର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୁଲା ଓ ପରିତ୍ୟକ୍ତ ପ୍ରାଣୀମାନଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ ନାଗରିକ ସମ୍ବେଦନଶୀଳ ହୋଇ ସେମାନଙ୍କ ସେବା ଯୋଗାଇଦେବା ଆବଶ୍ୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀସଂପଦ ମ୍ୟାପିଂ ସିଷ୍ଟମର ଶୁଭାରମ୍ଭ ମଧ୍ୟ କରିଛନ୍ତି । ୫ଟି ଉପକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟର ସବୁ ପ୍ରାଣୀ ଚାଷ ୟୁନିଟ୍‌ ଗୁଡିକର ଜିଓ ଟ୍ୟାଗିଂ ଓ ମ୍ୟାପିଂ କରାଯିବ । ଏହାକୁ ଜିଆଇଏସ୍ ପ୍ଲାଟଫର୍ମରେ ଦେଖାଯାଇ ପାରିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

two × 2 =