oom

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ୨୦୨୪

jsmm

ଜୟପାଟଣା, (ଶେଷଦେବ ବେହେରା) : ଆଜି କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଖଲିଆଭଟାଠାରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଅଗ୍ରପୂଜ୍ୟ ଗଜାନନଙ୍କ ପୂଜନୋତ୍ସବ ସହ କାର୍ଯ୍ୟକ୍ରମଟି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମନାରାୟଣ ପଣ୍ଡାଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିବା ବେଳେ ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ବ୍ଲକର ବିଭିନ୍ନ ବିଦ୍ୟାଳୟଗୁଡ଼ିକରୁ ପ୍ରାୟ ୩ ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ସଭାରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ, ମୁଖ୍ୟ ଅତିଥି ଇଂରାଜୀ ଅଧ୍ୟାପକ ମାନସ ରଞ୍ଜନ ପଣ୍ଡା, ମୁଖ୍ୟ ବକ୍ତା ଶେଷଦେବ ବେହେରା, ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ଅର୍ଜୁନ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ଅସରାଫ ଅଲ୍ଲୀ, ବରିଷ୍ଠ ସାମ୍ବାଦିକ ଉମାଶଙ୍କର ପଣ୍ଡା, ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ମୋହନ ଯୋଶୀ, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ପ୍ରଭାତ କୁମାର ଖମାରୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ଲଳିତ କୁମାର ନାଏକ ସମ୍ପାଦକ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଜୟପାଟଣା ପ୍ରମୁଖ ସାମ୍ମାନିତ ଅତିଥି ଭାବରେ ମଂଚାସୀନ ହେବା ସହ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମଟିକୁ ସମସ୍ତ ସିଆର୍‌ସିସି ପରିଚାଳନା କରିଥିବା ବେଳେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ସିଆର୍‌ସିସି କୁଚାଗାଁ ଅନନ୍ତନାରାୟଣ ପଣ୍ଡା ମଞ୍ଚ ପରିଚାଳନା ଓ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ସହ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.