oom

ପାଇକମାଲ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ ମୋତିରାମ ଚୌହାନଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଅତିତିକ୍ତ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ ସିଂ, ପଦ୍ମପୁର ଉପ ଜିଲ୍ଲପାଳ ଆଲୋକ କୁମାର ପଟେଲ ଏବଂ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡଃ. ନିରୁପମା ଶଡଙ୍ଗୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୧୦୬ ଗୋଟି ଅଭିଯୋଗ ମଧ୍ୟରୁ ୮୦ଗୋଟି ବ୍ୟକ୍ତିଗତ, ୦୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି, ୦୨ ଗୋଟି ରେଡ଼କ୍ରସ ଏବଂ ୨୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

jittmm
Leave A Reply

Your email address will not be published.