oom

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

jsmm
  • ବିଭିନ୍ନ ୧୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦ ଗୋଟି ଓ ସାମୁହିକ ଦରଖାସ୍ତ ୦୩ ଗୋଟି ଗ୍ରହଣ କରାଯାଇଛି । ୦୨ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଏସଇଆରଡବ୍ଲୁଏସଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଡିଏମଓ ଡ଼. ଦୈତ୍ୟ ନାରାୟଣ ପାଢ଼ୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌର ପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ । ଉକ୍ତ ଶିବିରରେ ନିଶା ମୁକ୍ତ ଭାରତ ଅଭିଯାନ ପରିପ୍ରେକ୍ଷୀରେ ଜିଲ୍ଲା ଅବକାରୀ ବିଭାଗ ତରଫରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

jittmm
Leave A Reply

Your email address will not be published.